ସ୍ୱର୍ଣ୍ଣ ଅଳଙ୍କାରରେ ଝଲସିବେ ମହାପ୍ରଭୁ,ଶ୍ରୀମନ୍ଦିର ରେ ହେବ ବନଭୋଜି ବେଶ।

0
Spread the love


ପୁରୀ :- ବନଭୋଜି ବେଶରେ ମହାପ୍ରଭୁଙ୍କୁ ବିଭିନ୍ନ ପ୍ରକାରର ସ୍ୱର୍ଣ୍ଣ ଅଳଙ୍କାର ଲାଗି କରାଯିବ ସହ ମସ୍ତକରେ ସୋଲ,ବେତରେ ତିଆରି ସ୍ୱର୍ଣ୍ଣ କିଆ ଖୋସାଯାଇଥାଏ । ଏହାଛଡ଼ା ରତ୍ନ ସିଂହାସନ ଉପରେ ଦୁଇଟି ଲେଖାଏଁ କାଠ ନିର୍ମିତ ଗାଇ ବାଛୁରୀ ଦଣ୍ତାୟମାନ ଅବସ୍ଥାରେ ରଖାଯାଇଥାଏ । ତେବେ ଶ୍ରୀମନ୍ଦିରରେ ମଧ୍ୟାହ୍ନଧୂପ ପରେ ରାମକୃଷ୍ଣ ଦୁଇ ଚଳନ୍ତି ପ୍ରତିମାଙ୍କୁ ପୂଜାପଣ୍ଡା ସେବକମାନେ ଆଜ୍ଞାମାଳ ପ୍ରଦାନ କରିବା ପରେ ଦୁଇ ପ୍ରତିମାଙ୍କୁ ବିମାନରେ ବସାଇ ସିଂହଦ୍ଵାର ନିକଟସ୍ଥ ବଡଛତା ମଠ ପାର୍ଶ୍ବରେ ଥିବା ଏକ କାଠ ସିଂହାସନରେ ବିଜେ କରାଇଥିଲେ । ଲେଙ୍କା ସେବକ ଶବରୁଣୀ ବେଶ ହୋଇ ଗୁଆକୋଳି ଓ ନଡ଼ିଆ ପାତି ମିଶାଇ ଏକ ବାଉଁଶିଆରେ ଧରି ଆସି ସେଠାରେ ନୀତି ସମ୍ପାଦନ କରିଥିଲେ । ଭିତରଚ୍ଛ ମହାପାତ୍ର ଉକ୍ତ ଶବରୁଣୀ ଠାରୁ କୋଳି ଆଣି ମହାପ୍ରଭୁଙ୍କୁ ସମର୍ପଣ ଓ ମଣୋହି କରିବା ପରେ ପୂଜାପଣ୍ଡା ସେଠାରେ ଶୀତଳ ଭୋଗ ଓ ଭିତରଚ୍ଛ ମହାପାତ୍ରଙ୍କ ଦ୍ବାରା ବନ୍ଦାପନା କରାଯାଇଥିଲା ।

Leave a Reply

Your email address will not be published. Required fields are marked *