ପୂର୍ବତନ ମୁଖ୍ୟମନ୍ତ୍ରୀ ଙ୍କ ନିର୍ବାଚନ ମଣ୍ଡଳୀରେ ୨୪ ବର୍ଷ ମଧ୍ୟରେ ଘଟିଛି ୧୦୦ ହତ୍ୟା

0
Spread the love


ଭୁବନେଶ୍ଵର:-ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ବାଚନ ମଣ୍ଡଳୀରେ ୨୪ ବର୍ଷ ମଧ୍ୟରେ ଶହେଟି ହତ୍ୟା ଘଟଣା ଘଟିଛି। ସେହି ହତ୍ୟା ଘଟଣାରେ ମୋଟ୍ ୩୨୮ ଜଣ ହତ୍ୟାକାରୀଙ୍କୁ ଚିହ୍ନଟ କରାଯାଇ ସେମାନଙ୍କୁ ଧରାଯାଇଛି ଏବଂ କୋର୍ଟ ହାଜତକୁ ପଠାଯାଇଛି। ଏନେଇ ବିଧାନସଭାରେ ଲିଖିତ ଉତ୍ତର ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।

ସେ ଆହୁରି କହିଛନ୍ତି, ମୋଟ୍ ଶହେଟି ମାମଲା ମଧ୍ୟରୁ ୨ ଗୋଟି ମାମଲାରେ ଦୋଷୀମାନଙ୍କୁ ଦଣ୍ଡିତ କରାଯାଇଛି। ୨୨ଗୋଟି ମାମଲା ଦୋଷମୁକ୍ତ ହୋଇଛି ଏବଂ ୬୯ଟି ମାମଲା ବିଚାରାଧୀନ ଅଛି। ସେହିପରି ପରି ଗଞ୍ଜାମ ଜିଲ୍ଲାରେ ଅପରାଧୀଙ୍କୁ ଧରିବା ସମୟରେ ପୁଲିସ ଉପରକୁ ୩୭ ଟି ମାମଲାରେ ଅପରାଧୀ ଚଳାଇଛନ୍ତି ଗୁଳି। ଅପରାଧୀଙ୍କ ଗୁଳି ଚାଳନା ସମୟରେ ୬୩ ଜଣ ପୁଲିସ ଅଧିକାରୀ ଆହତ ହୋଇଥିଲେ। ଗଞ୍ଜାମ ଜିଲ୍ଲାରେ ୩୭ ଟି ମାମଲାରେ ୪୧ ଜଣ ଅପରାଧୀଙ୍କୁ ଏନକାଉଣ୍ଟର କରାଯାଇଛି।

Leave a Reply

Your email address will not be published. Required fields are marked *