ମୋଦିଙ୍କ ଗସ୍ତ ପାଇଁ ରାଜଧାନୀ ରେ ଟ୍ରାଫିକ କଟକଣା।
ଭୁବନେଶ୍ଵର:-ପ୍ରଧାନମନ୍ତ୍ରୀ ମୋଦିଙ୍କ ଭୁବନେଶ୍ବର ଗସ୍ତ ପାଇଁ ଟ୍ରାଫିକ କଟକଣା।ଆସନ୍ତାକାଲି ସକାଳ ୭ଟା ୩୦ରୁ ଅପରାହ୍ନ ୩ଟା ଯାଏଁ କଟକଣା।କମିଶନରେଟ୍ ପୋଲିସ ପକ୍ଷରୁ ଜାରି ହେଲା ଟ୍ରାଫିକ ନିର୍ଦ୍ଦେଶନାମା।ଜୟଦେବ ବିହାର-ନାଲକୋ ଛକ-ଜୟଦେବ ବିହାର ରାସ୍ତାରେ କଟକଣା।ନନ୍ଦନକାନନ-ଜୟଦେବ ବିହାର ଯିବା ପାଇଁ ଡମଣା ଛକରୁ ବାମକୁ ଯିବେ।ଆଚାର୍ଯ୍ୟ ବିହାର-ସୈନିକ ସ୍କୁଲ ଦେଇ ନନ୍ଦନକାନନ ଆଡ଼କୁ ଯିବେ।ଜରୁରୀକାଳୀନ ସେବା ଫାୟାର, ଆମ୍ବୁଲାନ୍ସ ପାଇଁ କଟକଣା ନାହିଁ।