ବାଲେଶ୍ୱର ସଦର ମହକୁମାରେ ଜିଲ୍ଲାସ୍ତରୀୟ ସମାରୋହ ଅନୁଷ୍ଠିତ।
ବାଲେଶ୍ଵର:-ରାଜ୍ୟ ସରକାରଙ୍କ ୧୦୦ ଦିନ ପୂର୍ତ୍ତି ଉପଲକ୍ଷେ ବାଲେଶ୍ୱର ସଦର ମହକୁମାରେ ଜିଲ୍ଲାସ୍ତରୀୟ ସମାରୋହ ଅନୁଷ୍ଠିତ ହୋଇଯାଇଛି। ମନ୍ତ୍ରୀ ଡା. କୃଷ୍ଣ ଚନ୍ଦ୍ର ମହାପାତ୍ର ମୁଖ୍ୟ ଅତିଥି ଭାବେ ଯୋଗଦେଇ ସମସ୍ତ ବର୍ଗର ଆବଶ୍ୟକତାକୁ ସରକାର ପ୍ରାଥମିକତା ଦେଇ ବିଭିନ୍ନ ଯୋଜନା ଲାଗୁ କରିଛନ୍ତି ବୋଲି କହିଛନ୍ତି।
କାର୍ଯ୍ୟକ୍ରମରେ ବାଲେଶ୍ୱର ସାଂସଦ ଏବଂ ବିଧାୟକମାନଙ୍କ ସମେତ ବିଶିଷ୍ଟ ଅତିଥିମାନେ ଯୋଗ ଦେଇ ସରକାରଙ୍କ ବିଭିନ୍ନ ଉନ୍ନୟନମୂଳକ ଯୋଜନା ଓ ପ୍ରକଳ୍ପ ସମ୍ବନ୍ଧରେ କହିଥିଲେ। ଜିଲ୍ଲା ପ୍ରଶାସନ ତରଫରୁ ବିକାଶ ମେଳାରେ ୨୫ଟି ଷ୍ଟଲରେ ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗର ବିକାଶ ଓ ସଫଳତା ପ୍ରଦର୍ଶିତ ହୋଇଛି।