ଓଡ଼ିଶାରେ ଅନୁଷ୍ଠିତ ହେବ ୧୮ତମ ପ୍ରବାସୀ ଭାରତୀୟ ଦିବସ।

0
Spread the love


ଭୁବନେଶ୍ୱର:-ଆଗାମୀ ୨୦୨୫ ମସିହା ଜାନୁଆରୀ ୮ରୁ ୧୦ ତାରିଖ ପର୍ଯ୍ୟନ୍ତ ୩ ଦିନ ଧରି ଓଡ଼ିଶାରେ ଅନୁଷ୍ଠିତ ହେବ ୧୮ତମ ପ୍ରବାସୀ ଭାରତୀୟ ଦିବସ। ଏହି ସମାରୋହ ଆୟୋଜନ ପାଇଁ ଭାରତ ସରକାରଙ୍କ ବିଦେଶ ମନ୍ତ୍ରାଳୟ ପକ୍ଷରୁ ଦିଆଯାଇଥିବା ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଅନୁମୋଦନ କରିଛନ୍ତି। ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା ସମାରୋହର ପ୍ରସ୍ତୁତି ସମୀକ୍ଷା କରିଛନ୍ତି।

ଆବଶ୍ୟକ ସମନ୍ଵୟ ଏବଂ ପ୍ରାରମ୍ଭିକ ପ୍ରସ୍ତୁତି ନିମନ୍ତେ ଆଲୋଚନା ପାଇଁ ଭାରତ ସରକାରଙ୍କ ବିଦେଶ ମନ୍ତ୍ରାଳୟର ଏକ ୫ ଜଣିଆ ପ୍ରତିନିଧି ଦଳ ଗତ ସେପ୍ଟେମ୍ବର ୨୫ରୁ ୨୭ ତାରିଖରେ ଓଡ଼ିଶା ଆସି ମୁଖ୍ୟ ଶାସନ ସଚିବ ଏବଂ ଅନ୍ୟ ବିଭାଗର ସଚିବମାନଙ୍କ ସହ ଆଲୋଚନା କରିଥିଲେ। ଉଭୟ ଭାରତ ସରକାର ଓ ରାଜ୍ୟ ସରକାରଙ୍କ ସହଯୋଗରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ।

ପ୍ରବାସୀ ଭାରତୀୟ ଦିବସ ଆୟୋଜନ ଏକ ବୃହତ୍ ସମ୍ମିଳନୀ ହେବ, ଯେଉଁଥିରେ ପାଖାପାଖି ୫୦୦୦ ଅଂଶଗ୍ରହଣକାରୀ ଯୋଗଦାନ କରିବେ।କାର୍ଯ୍ୟକ୍ରମର ବିଭିନ୍ନ ଦିବସରେ ମାନ୍ୟବର ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ସମେତ ଅନ୍ୟ କେନ୍ଦ୍ରମନ୍ତ୍ରୀଏବଂ ଦେଶବିଦେଶରୁ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ପ୍ରବାସୀ ଭାରତୀୟ ଯୋଗ ଦେବେ।

Leave a Reply

Your email address will not be published. Required fields are marked *