ହବିଷ୍ୟାଳୀ ମା’ ମାନଙ୍କୁ ବ୍ରତ ସରଞ୍ଜାମ ପ୍ରଦାନ କରିଲେ ମୁଖ୍ୟମନ୍ତ୍ରୀ।
ପୁରୀ:-ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ପୁରୀରେ କାର୍ତ୍ତିକ ବ୍ରତ ପାଳନ କରୁଥିବା ହବିଷ୍ୟାଳୀ ମା’ ମାନଙ୍କୁ ବ୍ରତ ସରଞ୍ଜାମ ପ୍ରଦାନ କରିଛନ୍ତି। ଏଥିରେ ଶାଢୀ, ଉତ୍ତରୀୟ, ରାଇ ଦାମୋଦର ବ୍ରତ ବହି, ଶୁଖିଲି ମହାପ୍ରସାଦ ପ୍ରଭୃତି ରହିଛି। ପ୍ରାୟ ୩୦୦୦ ହବିଷ୍ୟାଳୀ ମା’ଙ୍କ ପାଇଁ ରହିବାର ବ୍ୟବସ୍ଥା କରାଯାଇଛି।
ଏହି ଅବସରରେ ମୁଖ୍ୟମନ୍ତ୍ରୀ ହବିଷ୍ୟାଳୀ ମା’ ମାନଙ୍କୁ ଦଣ୍ଡବତ ହୋଇ ଆଶୀର୍ବାଦ କାମନା କରିଥିଲେ। ମହାପ୍ରଭୁଙ୍କ ଦର୍ଶନ, ମହାପ୍ରସାଦ ସେବନ, ଭଜନ କୀର୍ତ୍ତନ କାର୍ଯ୍ୟକ୍ରମ ଇତ୍ୟାଦି ପ୍ରତି ଯତ୍ନବାନ ହେବାକୁ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦିଆଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ମା’ ମାନଙ୍କୁ ସ୍ବାସ୍ଥ୍ୟ ସେବା ଯୋଗାଇ ଦେବା ପାଇଁ ଡାକ୍ତର ବ୍ୟବସ୍ଥା ମଧ୍ୟ କରାଯାଇଛି ଶ୍ରୀ ମାଝୀ କହିଥିଲେ।