ଜନହିତରେ ଭଞ୍ଜନଗର ଉପ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଗଞ୍ଜାମ ଜିଲ୍ଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣୀ।

0
Spread the love

ଭଞ୍ଜନଗର:-ଭଞ୍ଜନଗର ଉପଖଣ୍ଡସ୍ତରୀୟ ଦିବ୍ୟାଙ୍ଗ ଓ ସାଧାରଣ ଜନତାଙ୍କ ଜନ ସମାଧାନ ସୋମବାର ଅନୁଷ୍ଠିତ ହୋଇଯାଇଛି । ଗଞ୍ଜାମ ଜିଲ୍ଲାପାଳ ଶ୍ରୀ ଦିବ୍ୟଜ୍ୟୋତି ପରିଡା ଓ ଗଞ୍ଜାମ ଆରକ୍ଷୀ ଅଧିକ୍ଷକ ଶ୍ରୀ ଶୁଭେନ୍ଦୁ କୁମାର ପାତ୍ର,ଆଜିର ଏହି ଅଭିଯୋଗ ଶୁଣାଣିରେ ସମୁଦାୟ 195ଟି ଅଭିଯୋଗ ପତ୍ର ଗ୍ରହଣ କରିଥିଲେ । ବ୍ୟକ୍ତିଗତ ଅଭିଯୋଗ 179ଟି ଥିବାବେଳେ ,ଗ୍ରାମୀୟ ଅଭିଯୋଗ 16 ଟି ଥିଲା,ଜିଲ୍ଲାପାଳ ତ୍ୱରିତ 8ଟି ଅଭିଯାଗର ଫଇସଲା କରିଥିଲେ। ଆଜିର ଅଭିଯାଗ ସମୟରେ ଜିଲ୍ଲାପାଳ ,ରେଡକର୍ସ ପାଣ୍ଠିରୁ ଜଣଂକୁ 10000(ଦଶ ହଜାର ଟଙ୍କା )ଏଂବ ଅନ୍ୟ ଜଣଂକୁ 5000(ପାଞ୍ଚହଜାର ଟଙ୍କା) ପ୍ରଦାନ କରିଥିଲେ,ଗ୍ରହଣ କରିଥିବା ଆବେଦନଗୁଡିକର ଶୁଣାଣି କରି ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ପ୍ରେରଣ କରାଯାଇ ତୁରନ୍ତ ସମାଧାନ କରିବା ଦିଗରେ ଜିଲ୍ଲାପାଳ ନିର୍ଦେଶ ପ୍ରଦାନ କରିଥିଲେ। ଏହି ଅଭିଯୋଗ ଶୁଣାଣି ସମୟରେ,,ଭଞ୍ଜନଗର ଉପଜିଲ୍ଲାପାଳ ଶ୍ରୀ ଅନିଲ କୁମାର ସେଠୀ ,ଭଞ୍ଜନଗର ଅତରିକ୍ତ ଉପଜିଲ୍ଲାପାଳ ଶ୍ରୀ ବିଶ୍ଵରଂଜନ କର,ଭଞ୍ଜନଗର , ଏସ.ଡ଼ି.ପି.ଓ. ଶ୍ରୀ ସୁଜିତ କୁମାର ନାୟକ,, ଦକ୍ଷିଣ ବନଖଣ୍ଡ ଅଧିକାରୀ ଶ୍ରୀବିନୋଦ ଆଚାର୍ଯ୍ୟ ,ଉତ୍ତର ବନଖଣ୍ଡ ଅଧିକାରୀ ଶ୍ରୀ ହିମାଂଶୁ ଶେଖର ମହାନ୍ତି,ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀମତୀ ଅମିତା ପଟ୍ଟନାଏକ,ଉପଖଣ୍ଡ ସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ସୀତାଂଶୁ ଶେଖର ଶତପଥୀ, ଭଂଜନଗର , ,ଭଂଜନଗର ବି ଡି,ଓ,ଶ୍ରୀ ମନ୍ମଥ କୁମାର ନାୟକ,ତହସିଲଦାର ଶ୍ରୀ ଉମାଶଙ୍କର ବେହେରା ,, ସହାୟକ ଜିଲ୍ଲାପାଳ ଶ୍ରୀ ରାମଚନ୍ଦ୍ର ମହାପାତ୍ର,ଭଞ୍ଜନଗର ଥାନା ଅଧିକାରୀ ଶ୍ରୀ କୁମାର ମୁଦୁଲି,,,ଅତିରିକ୍ତ ଯୋଗାଣ ଅଧିକାରୀ ଅସିତ କୁମାର ମହାନ୍ତି ,ସାମାଜିକ ସୁରକ୍ଷା ଅଧିକାରୀ ଏସିଓ ଶବର,,ଭଞ୍ଜନଗର ଉପଖଣ୍ଡ ସୂଚନା ଲୋକ ସମ୍ପର୍କ ଅଧିକାରୀ ଶ୍ରୀ ଗୌରୀ ଶଙ୍କର ଶତପଥୀ ଏବଂ ପ୍ରତ୍ୟେକ ବିଭାଗର ଅଧିକାରୀମାନେ ଜ଼ିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀରେ ଉପସ୍ଥିତ ଥିଲେ l

Leave a Reply

Your email address will not be published. Required fields are marked *