ଛତ୍ରପୁର ସଂକୁଳ ପରିଚାଳନା ସମିତି ପ୍ରଶିକ୍ଷଣ କାର୍ଯ୍ୟକ୍ରମ ମାଁରାମଚଣ୍ଡି ମନ୍ଦିର ପ୍ରାଙ୍ଗଣ ରେ ଅନୁଷ୍ଠିତ।

0
Spread the love

ଛତ୍ରପୁର:- ଛତ୍ରପୁର ସଂକୁଳର ପରିଚାଳନା କମିଟିର ସମସ୍ତ ସଦସ୍ୟମାନଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ମାଁ ରାମଚଣ୍ଡି ମନ୍ଦିର ପରିସର ରେ ଅନୁଷ୍ଠିତ ହୋଇଥିଲା।
ଉକ୍ତ କାର୍ଯ୍ୟକ୍ରମ କୁ ଦକ୍ଷିଣପୂର୍ବ ସଂଭାଗ ସଂପାଦକ ଶ୍ରୀଯୁକ୍ତ ଦୀପକ କୁମାର ମହାରଣା ଦୀପ ପ୍ରଜ୍ଜଳନ କରି ଶୁଭାରମ୍ଭ କରିଥିଲେ। ପ୍ରଧାନାଚାର୍ଯ୍ଯ ଶ୍ରୀଯୁକ୍ତ ରବୀନ୍ଦ୍ର ନାଥ ଦାଶ ଉପସ୍ଥିତ ଅତିଥିମାନଙ୍କ ପରିଚୟ ପ୍ରଦାନ ସହିତ ସ୍ବାଗତ ଭାଷଣ ପ୍ରଦାନ କରିଥିଲେ। ମୁଖ୍ଯ ବକ୍ତା ଭାବେ ସଂଭାଗ ସଂଯୋଜକ ଶ୍ରୀଯୁକ୍ତ ପ୍ରକାଶ ଚନ୍ଦ୍ର ତ୍ରିପାଠୀ ଯୋଗ ଦେଇ ପ୍ରଶିକ୍ଷଣ କାର୍ଯ୍ୟକ୍ରମର ଉଦ୍ଦେଶ୍ଯ ଜ୍ଞାପନ କରିଥିଲେ। କାର୍ଯ୍ୟକ୍ରମ ଆରମ୍ଭ ରେ ଶିଶୁମାନଙ୍କ ଦ୍ବାରା ସ୍ବାଗତ ସଙ୍ଗୀତ ପରିବେଷଣ କରିଥିଲେ। ଉକ୍ତ କାର୍ଯ୍ୟକ୍ରମ ରେ ସଭାପତି ଶ୍ରୀଯୁକ୍ତ ପଦ୍ମଚରଣ ସାହୁ ଅଧ୍ୟକ୍ଷତା କରିଥିଲେ। ବିଭାଗ ନିରୀକ୍ଷକ ଶ୍ରୀଯୁକ୍ତ ସରୋଜ କୁମାର ପଟ୍ଟନାୟକ,ସଂପାଦକ ଶ୍ରୀଯୁକ୍ତ ସନ୍ତୋଷ କୁମାର ସାହୁ,ସହ ସଂପାଦକ ପ୍ରକାଶ ଚନ୍ଦ୍ର ସାହୁ,ସଦସ୍ୟ ଶ୍ରୀଯୁକ୍ତ ରାମଚନ୍ଦ୍ର ପ୍ରସାଦ ପଟ୍ଟନାୟକ ଉପସ୍ଥିତ ଥିଲେ। ଏଥିସହ ସଂକୁଳର ସମସ୍ତ ପ୍ରଧାନାଚାର୍ଯ୍ଯ ସହିତ ପରିଚାଳନା କମିଟିର ସମସ୍ତ ସଦସ୍ଯ ମୋଟ ୬୫ଜଣ ଯୋଗ ଦେଇ ଥିଲେ। ଉକ୍ତ ପ୍ରଶିକ୍ଷଣ କାର୍ଯ୍ୟକ୍ରମର ବିଭିନ୍ନ ବ୍ୟବସ୍ଥା ଦାୟିତ୍ବରେ ଆଚାର୍ଯ୍ଯ ଦୀପକ କୁମାର ଦାଶ ଥିଲେ। ଆଚାର୍ଯ୍ଯ ନୀହାର ରଞ୍ଜନ ମିଶ୍ର ଓ ଆଚାର୍ଯ୍ଯା ଶ୍ରୀମତି ବିନିତା ପାତ୍ର କାର୍ଯ୍ୟକ୍ରମ ର ସଂଯୋଜନା କରିଥିଲେ।

Leave a Reply

Your email address will not be published. Required fields are marked *