ଶିଶୁ ଦିବସ ଅବସରରେ କ୍ରାନ୍ତିର ଅଭିନବ ପ୍ରୟାସ।

0
Spread the love

ବ୍ରହ୍ମପୁର(କୈଳାସ ଚନ୍ଦ୍ର ଚୌଧୁରୀ):-ସ୍ଥାନୀୟ ବ୍ରହ୍ମା ନଗରସ୍ଥିତ ପ୍ରଥମ ସରଣୀ ସ୍ଥିତ କ୍ରାନ୍ତି ଅନୁଷ୍ଠାନ ତରଫରୁ ଶିଶୁ ଦିବସ ଅବସରରେ ରଙ୍ଗରଙ୍ଗ ସାଂସ୍କୃତିକ ସହ ଶିଶୁ କର୍କଟ ସଚେତନତା କାର୍ଯ୍ୟକ୍ରମ ରେଡ୍ ରୋଜ ଶିଶୁ ଦିବସ-୨୦୨୪ ସ୍ଥାନୀୟ ହିଲିପାଟଣା ସ୍ଥିତ ବିଜୁ ପଟ୍ଟନାୟକ ସଂସ୍କୃତି ଭବନ ଠାରେ ମହାସମାରୋହର ପାଳିତ ହୋଇ ଯାଇଛି। ଏହି ଅବସରରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଶ୍ରୀ ଚନ୍ଦ୍ର ଶେଖର ସାହୁ ମୂଖ୍ୟ ଅତିଥି ରୁପେ ଯୋଗ ଦେଇ କୁନି କୁନି ପିଲା ମାନଙ୍କୁ ଆଜିର ଦିନର ମହତ୍ତ୍ଵ ସହ ଜଙ୍କ ଖାଦ୍ୟ ନ ଖାଇବାକୁ ପରାମର୍ଶ ଦେଇଥିଲେ। କ୍ରାନ୍ତି ଅନୁଷ୍ଠାନର କାର୍ଯ୍ୟନିର୍ବାହୀ ନିର୍ଦେଶକ ତଥା ମୁଖ କର୍କଟ ରୋଗୀ ଡ. ଦେବାନନ୍ଦ ଦାଶ କାର୍ଯ୍ୟକ୍ରମକୁ ଅଧ୍ୟକ୍ଷତା କରିଥିବା ବେଳେ ବ୍ରହ୍ମପୁର ପୂର୍ବତନ ବିଧାୟକ ବିକ୍ରମ କୁମାର ପଣ୍ଡା, ପୂର୍ବତନ ମେୟର ଶିବ ଶଙ୍କର ଦାସ,ଏସ.ଏମ.ଆଇ.ଟିର ସଭାପତି ଡଃ. ଭଗବାନ ଗନ୍ତାୟତ, ବ୍ରହ୍ମପୁର ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ଆଞ୍ଚଳିକ ଅଧିକାରୀ ଦୀପକ କୁମାର ସାହୁ,ଗଞ୍ଜାମ ମୁଖ୍ୟ ଜିଲ୍ଲା ପ୍ରାଣୀ ଚିକିତ୍ସା ଅଧିକାରୀ ଡାକ୍ତର ମନୋଜ କୁମାର ସାହୁ, ପ୍ରମୁଖ କାର୍ଯ୍ୟକ୍ରମ ରେ ଅଂଶଗ୍ରହଣ କରି କୁନି କୁନି କଳାକାର ମାନଙ୍କୁ ଉତ୍ସାହିତ କରିବା ସହ ଅନୁଷ୍ଠାନ ତରଫରୁ ସ୍ବତନ୍ତ୍ର କାର୍ଯ୍ୟକ୍ରମ କର୍କଟ ରୋଗର କାରଣ ଓ ନିରାକରଣ ବିଷୟରେ ବିସ୍ତୃତ ବିବରଣୀ ଉଲ୍ଲେଖ କରିଥିଲେ।

Leave a Reply

Your email address will not be published. Required fields are marked *