ଯୁବକ ର ଆତ୍ମହତ୍ୟା, ମାନସିକ ଅଶାନ୍ତି ସନ୍ଦେହ।

0
Spread the love


ବ୍ରହ୍ମପୁର(କୈଳାସ ଚନ୍ଦ୍ର ଚୌଧୁରୀ):- ଗଞ୍ଜାମ ଜିଲ୍ଲା ବ୍ରହ୍ମପୁର ଗୋଷାଣୀ ନୁଆ ଗାଁ ଥାନା ଅନ୍ତର୍ଗତ ନୀଳକଣ୍ଠ ନଗର ଅଞ୍ଚଳରେ ସମ୍ୱିତ କୁମାର ମିଶ୍ର ନାମକ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି।ସେ ନିଜ ଘରେ ରଶି ବାନ୍ଧି ଝୁଲୁଥିବା ଅବସ୍ଥାରେ ପରିବାର ଲୋକେ ତାକୁ ଉଦ୍ଧାର କରି ଚିକିତ୍ସା ନିମନ୍ତେ ଡାକ୍ତରଖାନାକୁ ନେଇଥିଲେ ଓ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଛେଦ ପାଇଁ ଡାକ୍ତରଖାନାକୁ ପଠାଇ ଥିଲେ ଓ ଶବ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ଶବ ହସ୍ତାନ୍ତର କରି ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି। ମୃତ ସମ୍ବିତ ମାନସିକ ଭାରସାମ୍ୟ ହରାଇଏହି ଭଳି ନିଷ୍ପତ୍ତି ନେଇଛନ୍ତି ବୋଲି ପୋଲିସ ସନ୍ଦେହ କରୁଛନ୍ତି।

Leave a Reply

Your email address will not be published. Required fields are marked *